ଗଜପତିରେ ନୂତନ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଙ୍କ କାର୍ଯ୍ୟାଳୟରେ ନୂତନ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଭାବେ ସୁରେନ୍ଦ୍ର ନାଥ ସ୍ୱାଇଁ ଦାୟିତ୍ବ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଯାଜପୁର ଜିଲ୍ଲାରେ କୃଷି ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ବର୍ତ୍ତମାନ ପଦୋନ୍ନତି ହୋଇ ଗଜପତି ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଜିଲ୍ଲାର ଚାଷୀ ଭାଇ ଭଉଣୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତ ଯୋଜନା ଯେଭଳି ଭାବେ ସଫଳ ରୂପାୟନ ହୋଇପାରିବ ଚାଷୀ ମାନେ କିପରି ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହୋଇ ପାରିବେ ସେମାନଙ୍କ ର ସାମାଜିକ ଅର୍ଥନୈତିକ ଅଭିବୃଦ୍ଧି ହୋଇ ପାରିବ ତା ଉପରେ ଗୁରୁତ୍ୱ ଦିଆଯିବ ବୋଲି କହିଥିଲେ । ପ୍ରକାଶ ଥାଉକି ଏଥିରେ ପୂର୍ବରୁ କାର୍ଯ୍ୟରତ ଥିବା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବଳରାମ ସୁବୁଦ୍ଧି ଙ୍କର ଯୁଗ୍ମ ନିର୍ଦ୍ଦେଶକ ଭାବେ ପଦୋନ୍ନତି ହୋଇଥିବାର ଜଣା ପଡ଼ିଛି।

Leave a Reply

Your email address will not be published. Required fields are marked *