ପାରଳାଖେମୁଣ୍ଡି ପୋୖର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିନସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ପୋୖର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିନସ ପାଳିତ ! ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପୋୖର ପରିଷଦ କାର୍ଯ୍ୟାଳୟରେ ପୋୖର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ 2024 ପାଳିତ ହୋଇ ଯାଇଛି । ସକାଳୁ ସହରର ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଲ୍ୟାର୍ପଣ କରାଯାଇ ଥିଲା । ପୋୖର ପରିଷଦରେ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ମହାତ୍ମା ଗାନ୍ଧୀଙ୍କ ଫଟୋ ଚିତ୍ରରେ ପୁଷ୍ପଲ୍ୟାର୍ପଣ କରିଥିଲେ । ପରେ ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ପତାକା ଉତ୍ତୋଳନ କରି ଜନ ସାଧାରଣଙ୍କୁ ଉଦବୋଧନ ଦେଇଥିଲେ । ପୋୖର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗୌର ପଟ୍ଟନାୟକ , ଉପାଧ୍ୟକ୍ଷ ଲେଙ୍କା ମଧୁଙ୍କ ସମେତ ମ୍ୟୁନିସିପାଲଟି ଇଂଜିନିୟର, କର୍ମଚାରୀ ବୃନ୍ଦ, କାଉନସିଲର, ସ୍ୱଚ୍ଛସାଥି ସଫେଇ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ସନ୍ଧ୍ୟା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

Leave a Reply

Your email address will not be published. Required fields are marked *