ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ! ଗଜପତି ଜିଲ୍ଲା ଗୋଶାଣୀ ବ୍ଳକର ଉପଲଡା ଠାରେ ଥିବା ରବୀନ୍ଦ୍ର ନାଥ ଟେଗୋର ମେମୋରିୟମ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଳକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବ୍ଳକ ଅଧ୍ୟକ୍ଷ ଏନ ବୀରରାଜୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପଲଡା ସରପଞ୍ଚ, ଉପଲଡା ସମିତି ସଭ୍ୟ ବି. ଧନଞ୍ଜୟ ,ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଟି.କିଶୋର କୁମାର, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏନ ବିମଲ, ସି.ଆର.ସି.ସି, ପ୍ରଧାନଶିକ୍ଷକ ପ୍ରମୁଖ ମଞ୍ଚାସିନ ଥିଲେ । ବିଭିନ୍ନ ପ୍ରତିଯୋଗିତା ମାନ ଆୟୋଜିତ ହୋଇ, କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ।

Leave a Reply

Your email address will not be published. Required fields are marked *