ବଡମ୍ବା ( ଆୱାଜ ମିଡ଼ିଆ ) – ପ୍ରତାପ ନାୟକ : ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ପ୍ରତିଭା ସମ୍ମାନ ସମାରୋହ ଉଦଯାପିତ ! ବଡମ୍ବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ସୁରଭି ପ୍ରତିଭା ସମ୍ମାନ ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବଡମ୍ବା ବିଧାୟକ ବିଜୟ କୁମାର ଦଳବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ପଞ୍ଚାୟତ ସମିତି ଅଧକ୍ଷ ରଘୁପତି ମହାନ୍ତି, ଜିଲ୍ଲା ପରିଷଦ ସଭ୍ୟ ରବୀନ୍ଦ୍ର କୁମାର ସାହୁ, ବ୍ଲକ ମଣ୍ଡଳ ଶିକ୍ଷା ଅଧିକାରୀ ପ୍ରକାଶ ଚନ୍ଦ୍ର ମତଗଜସିଂ ଙ୍କ ସମେତ ବ୍ଲକ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ସ୍ୱାଗତ ସଂଗୀତ ପରିବେଷଣ ପରେ ମଣ୍ଡଳ ଶିକ୍ଷାଧିକାରୀଙ୍କ ସ୍ୱାଗତ ଭାଷଣ ଏବଂ ସମ୍ମାନିତ ଅତିଥି ମାନେ ଅଭିଭାଷଣ ରଖିଥିଲେ। ମୁଖ୍ୟ ବକ୍ତା ଙ୍କ ଅଭିଭାଷଣ ପରେ ମୁଖ୍ୟ ଅତିଥି ଶ୍ରୀ ଦଳବେହେରା ଅଭିଭାଷଣ ରଖିଥିଲେ । ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଙ୍କ ଦ୍ୱାରା କୃତିତ୍ୱ ଅର୍ଜନ କରିଥିବା ପ୍ରତିଭା ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା ।
ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ପ୍ରତିଭା ସମ୍ମାନ ସମାରୋହ ଉଦଯାପିତ !!!

