ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଦ୍ବାରା ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା 8 ଏବଂ 9 ତାରିଖ ରେ ଆୟୋଜିତ ହେବ । ଏହି ମେଳା ରେ ମତ୍ସ୍ୟ , ପ୍ରାଣୀ ସମ୍ପଦ, ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟକ୍ରମର ପ୍ରଦର୍ଶନୀ ଆୟୋଜିତ ହେବା ସାଙ୍ଗକୁ ଜୀବନ୍ତ ପ୍ରାଣୀ ଓ ମତ୍ସ୍ୟ ସମ୍ପଦର ପ୍ରଦର୍ଶନ କରାଯିବ । ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦର ବିକାଶ ସମ୍ବନ୍ଧରେ ଆଲୋଚନା କରାଯିବା ସହିତ ପ୍ରାଣୀ ପାଳନ ଓ ମତ୍ସ୍ୟ ଚାଷୀଙ୍କ ସଫଳ କାହାଣୀ ସହିତ ବିଶେଷଜ୍ଞ ମାନେ ଉପଯୋଗୀ ପରାମର୍ଶ ପ୍ରଦାନ କରିବେ । ଏହି ଅବସରରେ ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *