ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ 2024 ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁନୀଲ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଡକ୍ଟର ଗୁଣନିଧି ନାୟକ,ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ, ବରିଷ୍ଠ ସାମ୍ବାଦିକ ଦ୍ବିଯେନ୍ଦ୍ର ନାଥ ପାଢ଼ୀ, ବରିଷ୍ଠ ସାମ୍ବାଦିକ ଗରୁଡ଼ଧ୍ୱଜ ଚୌଧୁରୀ, ବରିଷ୍ଠ ସାମ୍ବାଦିକ ବସନ୍ତ କୁମାର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ।ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ ସମ୍ବାଦିକ ଦ୍ଵିଜେନ ନାଥ ପାଢ଼ୀ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।ଜିଲ୍ଲାରେ ଏକମାତ୍ର କାର୍ଯ୍ୟରତ ମହିଳା ସମ୍ବାଦିକ ପ୍ରତିନିଧି ଥିବାରୁ ବରିଷ୍ଠ ସାମ୍ବାଦିକ ମାନେ ମହିଳା ସାମ୍ବାଦିକଙ୍କୁ ସ୍ୱାଗତ କରିଥିଲେ।ଆଜିର ପ୍ରସଙ୍ଗ ଥିଲା “ଗଣମାଧ୍ୟମର ପରିବର୍ତ୍ତନଶୀଳ ସରୂପ” ।ତା ଉପରେ ଉପସ୍ଥିତ ଅତିଥି ମାନେ ଓ ଗଣମାଧ୍ୟମ ପ୍ରତିନିଧିମାନେ ନିଜ ନିଜର ମତପ୍ରକାଶ କରିଥିଲେ।ଶେଷରେ ବରିଷ୍ଠ ସାମ୍ବାଦିକ ପ୍ରଦୀପ କୁମାର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ଜିଲ୍ଲା ସୂଚନା ଲୋକ ସମ୍ପର୍କ ବିଭାଗ ଦ୍ଵାରା ଆୟୋଜିତ ହୋଇଥିଲା।ଏହି ସମସ୍ତ କାର୍ଯ୍ୟକ୍ରମ କୁ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ପରିଚାଳନା କରିଥିଲେ।।
ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ !!!

