ଚତୁର୍ଥ ଦିନରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା 2024 ଚତୁର୍ଥ ଦିନରେ ଆୟୋଜିତ ହୋଇଯାଇଛି।ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭରମ୍ଭ କରିଥିଲେ।ସମ୍ମାନିତ ଅତିଥି ଭାବେ ଗଜପତି ଆରକ୍ଷୀ ଅଧିକ୍ଷକ ଜତୀନ୍ଦ୍ର କୁମାର ପଣ୍ଡା, ଜିଲ୍ଲା ବନଖଣ୍ଡ ଅଧିକାରୀ ଏସ ଆନନ୍ଦ,ଜିଲ୍ଲା ମୁଖ୍ୟ କୃଷି ଅଧିକାର ଏ ରାମ ପ୍ରସାଦ ପାତ୍ର, କୃଷି ଅଧିକାରୀ ରବୀନ୍ଦ୍ର କୁମାର ଆଡେକ ପ୍ରମୁଖ ମଞ୍ଚାସିନ ଥିଲେ। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସ୍ୱାଗତ ଭାଷଣ, ଅତିଥି ପରିଚୟ ପ୍ରଦାନ କରିଥିଲେ।ଏହି କୃଷି ମେଳାରେ କାଶୀ ନଗର ବ୍ଲକର ଚାଷୀ ଉପସ୍ଥିତ ଥିଲେ। ଏହି ମେଳାରେ ଜିଲ୍ଲାର ଚାଷୀ ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠଙ୍କୁ ବିଭିନ୍ନ ଯନ୍ତ୍ରପାତି ରିହାତି ମୂଲ୍ୟରେ ଯୋଗାଇ ଦେବାର ବ୍ୟବସ୍ଥା ରହିଛି।ଏହି ଯନ୍ତ୍ରପାତି ମେଳାର ମୁଖ୍ୟ ଉଦ୍ଦେଶ୍ୟ ହେଲା ଜିଲ୍ଲାର ଚାଷୀଙ୍କ ଉତ୍ପାଦକ କ୍ଷେତ୍ରରେ କମ୍ ସମୟରେ କେମିତି ଅଧିକ ଫସଲ ଉତ୍ପାଦନ କରିପାରିବେ ଓ ରାଜ୍ୟ ସରକାର ଚାଷୀଙ୍କ ଉନ୍ନତିର ବିକାଶ ନିମନ୍ତେ କରିଥିବା ଯୋଜନାଗୁଡିକ ସଫଳ ରୂପାୟନ ହୋଇପାରିବ।ଚାଷି ସେହି ଯୋଜନା ଗୁଡିକ ପାଇ ନିଜର ଅର୍ଥନୈତିକ ଅଭିବୃଦ୍ଧି କରିପାରିବେ।ତତ ସଙ୍ଗେ ସଙ୍ଗେ ଯନ୍ତ୍ରପାତି ଗୁଡିକ ରିହାତି ଓ ବିକ୍ରୟ ବ୍ୟବସ୍ଥା, ବ୍ୟାଙ୍କ ସହାୟତା କେନ୍ଦ୍ର ମାଧ୍ୟମରେ କୃଷି ଯନ୍ତ୍ରପାତି ପାଇଁ ଋଣର ବ୍ୟବସ୍ଥା, କୃଷି ଓ ଅଣ ସଂଗଠିତ ବିଭାଗ ଦ୍ଵାରା କାର୍ଯ୍ୟକାରୀ ହେଉଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ଏବଂ ନିର୍ଦ୍ଧାରିତ ସରକାରୀ ରିହାତିରେ କୃଷି ଯନ୍ତ୍ରପାତି କ୍ରୟ ନିମନ୍ତେ ଅଗ୍ରୀମ ଉତ୍ପାଦନ ବୃଦ୍ଧିର ବ୍ୟବସ୍ଥା ରହିଛି।ଶେଷରେ ଜିଲ୍ଲା କୃଷି ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *