ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଉତ୍ସବରେ ମାନ୍ୟବର ପାରଳା ବିଧାୟକ ଶ୍ରୀ ଇଂ ରୁପେଶ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ଏଥିରେ ବିଧାୟକ ମହାରାଜା ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରିବା ସହ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ଏହି ଉତ୍ସବର ଶୁଭାରମ୍ଭ କରିଥିଲେ l ପ୍ରତିଯୋଗିତାରେ ବିଜୟୀ ହୋଇଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କାର ସହ ମାନପତ୍ର ପ୍ରଦାନ କରିଥିଲେ l ବରିଷ୍ଠ ସଙ୍ଗୀତଜ୍ଞ ରଘୁନାଥ ପାତ୍ର, ମହାବିଦ୍ୟାଳୟର ଅଧକ୍ଷ, ଅଧ୍ୟାପକ ଓ ଅଧ୍ୟାପିକା ପ୍ରମୁଖ ଉପସ୍ଥିତ ଥିଲେ l