ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦେବସ୍ନାନ ପରେ ମହାପ୍ରଭୁଙ୍କୁ ଗଜାନନ ବେଶ କରାଯାଇଛି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଏହି ଅପୂର୍ବ ଗଜାନନ ବେଶ ଦର୍ଶନ କରିବା ସହ ସନ୍ଧ୍ୟା ଆଳତୀ ଦେଖିବା ପାଇଁ ବହୁ ଭକ୍ତଙ୍କ ସମାଗମ ହୋଇଥିଲା । ଭକ୍ତ ମାନେ ନଡ଼ିଆ, କଦଳୀ, ତୁଳସୀ , ପଦ୍ମଫୁଲ , ଧୂପ ଦୀପ ପ୍ରଭୃତି ସାଙ୍ଗରେ ଧରି ପ୍ରଭୁଙ୍କ ଦର୍ଶନ କରିବା ପାଇଁ ଆଖପାଖ ପୁରପଲ୍ଲୀରୁ ବହୁ ସଂଖ୍ୟାରେ ଆସିଥିଲେ । ସନ୍ଧ୍ୟାରେ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମନ୍ଦିର ପରିସରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା।
ଗଜାନନ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି !!!

