ପଣ୍ଡିତ ଗୋପୀନାଥ ନନ୍ଦଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣି ସମାଜ ସଭାଗୃହରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଉତ୍କଳ ହିତୈଷିଣି ସମାଜ ପକ୍ଷରୁ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳିତ ହୋଇ ଯାଇଛି।ଏହି କାର୍ଯ୍ୟକ୍ରମରେ ସ୍ନାତକୋତ୍ତର ଓଡ଼ିଆ ବିଭାଗ ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ପ୍ରଫେସର ସଦାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ, ଉପ ନିର୍ଦ୍ଦେଶକ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ ବ୍ରହ୍ମପୁରର ଡକ୍ଟର କୁଳମଣି ଓଝା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ, ବିନୋଦିନି ବିଜ୍ଞାନ କଲେଜର ଅଧ୍ୟକ୍ଷ ମନୋଜ କୁମାର ପଟ୍ଟନାୟକ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ।ଓଡ଼ିଶା ସାହିତ୍ୟ ଏକାଡେମୀର ସହ ସଚିବ ସଞ୍ଜୟ କୁମାର ଛୁଆଳସିଂହ,ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଦସ୍ୟ ବିଚିତ୍ରାନନ୍ଦ ବେବର୍ତ୍ତା ପ୍ରମୁଖ ମଞ୍ଚାସିନ ଥିଲେ। ଅତିଥିମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ବଳନ କରାଯାଇ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ୱାଗତ କରାଯାଇ ଥିଲା।ଓଡ଼ିଶା ସାହିତ୍ୟ ଏକାଡେମୀର ସହ ସଚିବ ସଞ୍ଜୟ କୁମାର ଛୁଆଳସିଂହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।ଓଡ଼ିଶା ସାହିତ୍ୟ ଏକାଡେମୀର ପ୍ରାକ୍ତନ ସଦସ୍ୟ ବିଚିତ୍ରା ନନ୍ଦ ବେବର୍ତ୍ତା ମଞ୍ଚ ପରିଚାଳନା କରିଥିଲେ।।ଅତିଥିମାନେ ପଣ୍ଡିତ ଗୋପୀନାଥ ନନ୍ଦଙ୍କ ଜୀବନୀ ଉପରେ ନିଜର ବକ୍ତବ୍ୟ ରଖିଥିଲେ।ଶେଷରେ ଭାରତ ଭୂଷଣ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

Leave a Reply

Your email address will not be published. Required fields are marked *