ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଆଦିବାସୀ ଉନ୍ନୟନ୍ ପ୍ରକଳ୍ପ ପ୍ରଶାସକ ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-73 ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-62 ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା -11 ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା ବିଭାଗ ପକ୍ଷ ରୁ ହିତ। ଧିକରିଙ୍କୁ ପେନସନ ବଣ୍ଟନ କରାଯାଇଥିଲା ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରାଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ। ଅଧିକାରୀଗଣ ବିଳମ୍ବରେ ଆସିଥିବାର ଦେଖିବାକୁ ମିଳିଛି। ତା ସହ ଗପସପ ଓ ମୋବାଇଲ ଦେଖିବାରେ ବ୍ୟସ୍ତ ରହିଥିବାର ଦେଖିବାକୁ ମିଳିଛି।

Leave a Reply

Your email address will not be published. Required fields are marked *