ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ !!!

Spread the love

ନୟାଗଡ ( ଆୱାଜ ମିଡ଼ିଆ ) – ସ୍ୱରୂପ ପଟ୍ଟନାୟକ : ନୟାଗଡ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଶୁଣାଣିରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସମେତ ଜିଲ୍ଲାସ୍ତରୀୟ ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଥିଲେ । ଆଜିର ଶୁଣାଣିରେ ମୋଟ ୧୩୩ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ, ସେଥିମଧ୍ୟରୁ ୪୦ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଅବଶିଷ୍ଟ ଅଭିଯୋଗ ଗୁଡ଼ିକର ଶୀଘ୍ର ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗ ମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ପ୍ରଦାନ କରାଯାଇଛି । ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ଏବଂ ପ୍ରଭାବଶାଳୀ ସମାଧାନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହିପରି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ନିୟମିତ ଭାବେ ଆୟୋଜନ ସ୍ୱାଗତଯୋଗ୍ୟ ।

Leave a Reply

Your email address will not be published. Required fields are marked *