ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ରାୟଗଡ ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ଏବଂ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଦୟାମୟ ପାଢ଼ୀ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା,ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମାହାପାତ୍ର ଯୋଗଦାନ କରିଥିଲେ ! ରାୟଗଡ଼ ପଞ୍ଚାୟତ ସମିତିର ସମୁଦାୟ ମୋଟ- ୩୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୪ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା – ୧୭ ଗୋଟି ଅଭିଯୋଗ ଆସିଥିଲା , ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୩ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଜନ ଅଭିଯୋଗ ଶୁଣାଣୀ ରେ ରାୟଗଡ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ, ଉପାଧ୍ୟକ୍ଷ ଶ୍ରୀଯୁକ୍ତ ଜ୍ୟୋତି ପ୍ରସାଦ ପାଣି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *