ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାକେଶ କୁମାର ସାହୁ ଯୋଗଦାନ କରି ଆର.ଉଦୟଗିରି ପଞ୍ଚାୟତ ସମିତିର ସମୁଦାୟ ମୋଟ- ୨୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୩ ଗୋଟି ,ଗ୍ରାମ ଭିତ୍ତିକ ସମସ୍ୟା – ୧୫ଗୋଟି ଅଭିଯୋଗ ଆସିଥିଲା ,ସେଥି ମଧ୍ୟରୁ ଜଣକୁ ରେଡ୍ କ୍ରସ୍ ପାଣ୍ଠିରୁ ୨୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ସେହିପରି ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୪ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଛି ଓ ଜାତୀୟ ପରିବାର ମଙ୍ଗଳ ଯୋଜନରୁ ତିନି ଜଣଙ୍କୁ ୨୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ, ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆର.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀନାରାୟଣ ଶବର,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମେନ୍ ଖର୍ସେଲ,ତହସିଲଦାର ଶ୍ରୀ ଜ୍ୟୋତି ମୟ ଦାଶ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

 

 

Leave a Reply

Your email address will not be published. Required fields are marked *