କୋରାପୁଟ ରେ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ !!!

Spread the love

କୋରାପୁଟ ( ଆୱାଜ ମିଡ଼ିଆ ) – ବ୍ୟୁରୋ ରିପୋର୍ଟ : କୋରାପୁଟ ରେ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ! କୋରାପୁଟ ଜିଲ୍ଲାପାଳଙ୍କ ସଦଦ୍ଭାବନା ସଭାଗୃହଠାରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ, ଅତିରିକ୍ତ ଜିଲ୍ଲାପାଳ ନରେଶ ଚନ୍ଦ୍ର ସବର, ଅଭିଷେକ ପାଣିଗ୍ରାହୀ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ପଦାଧିକାରୀ ମାନେ ଉପସ୍ଥିତ ଥିଲେ । ବୈଠକରେ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନକୁ ସୁଚାରୁ ଓ ଆକର୍ଷଣୀୟ ଭାବେ ଆୟୋଜନ କରିବା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା । ଆୟୋଜିତ ହେବାକୁ ଥିବା ପ୍ୟାରେଡରେ ମୋଟ ୨୭ଟି ଦଳ ଅଂଶଗ୍ରହଣ କରିବେ । ସ୍ୱାଧୀନତା ଦିବସ ଅବସରରେ ରକ୍ତଦାନ ଶିବିର, ଶାରୀରିକ କ୍ରୀଡ଼ା ଓ କୌତୁକ ପୋଷାକ ପ୍ରତିଯୋଗିତା ସମେତ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ୍, ରଚନା ଓ ବକ୍ତୃତା ପ୍ରତିଯୋଗିତା ମଧ୍ୟ ଆୟୋଜିତ ହେବ । ଜିଲ୍ଲାପାଳ ଏକାଦଶ, ସାମ୍ବାଦିକ ଏକାଦଶ ଓ ଓକିଲ ସଂଘ ଏକାଦଶ ମଧ୍ୟରେ କୌତୁକ ଫୁଟବଲ୍ ପ୍ରତିଯୋଗିତା ଆୟୋଜନ କରାଯିବ। ଅଧିକ ଥର ରକ୍ତଦାନ କରିଥିବା ରକ୍ତଦାତାମାନଙ୍କୁ ମଧ୍ୟ ସ୍ୱାଧୀନତା ଦିବସ ଅବସରରେ ପୁରସ୍କୃତ କରାଯିବ। ଆସନ୍ତା ଅଗଷ୍ଟ ୮ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ରକ୍ତଦାନ ଶିବିର ଆୟୋଜନ କରିବା ପାଇଁ ଜିଲ୍ଲାପାଳ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ଯଶୋଦା ଗାଦବା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ରାଧାରାଣୀ ସରକାର, ଶ୍ରୀ ଏ.କେ. ବେହେରା, ଶ୍ରୀ ଏସ୍.କେ. ସେଠୀ ପ୍ରମୁଖ ସହଯୋଗ କରିଥିଲେ ।

Leave a Reply

Your email address will not be published. Required fields are marked *