ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ! ଚଳିତ ବର୍ଷର ଜିଲ୍ଲାସ୍ତରୀୟ ୮୦ତମ ସ୍ଵାଧୀନତା ଦିବସ ଗଜପତି ଷ୍ଟାଡିୟମ୍ ଠାରେ ମହା ସମାରୋହରେ ପାଳିତ ହେବ । ସ୍ଵାଧୀନତା ଦିବସଟିକୁ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ କରିବା ନେଇ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜାତୀୟ ଉତ୍ସବ ପାଳନ ଦିନ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ସକାଳ ୪.୩୦ ଘଟିକା ସମୟରେ ପାରଳାଖେମୁଣ୍ଡି ସହରରେ ରାମଧୂନ ପରିବେଷଣ କରାଯିବ ଓ ସକାଳ ୬ ଘଟିକା ସମୟରେ ସହରରେ ଥିବା ସମସ୍ତ ବରପୁତ୍ର ମାନଙ୍କୁ ପୁଷ୍ପ ମାଲ୍ୟାର୍ପଣ କରାଯିବା । ସମସ୍ତ ସରକାରୀ, ବେସରକାରୀ ଓ ଶିକ୍ଷା ଅନୁଷ୍ଠାନ ଗୁଡ଼ିକରେ ସକାଳ ସାତ ଘଟିକାରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।
ଗଜପତି ଜିଲ୍ଲା ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ !!!

