ଗୁରୁ ଦିବସ ପାଳିତ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପି ଏମ୍ ଶ୍ରୀ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ,ପାରଳାଖେମୁଣ୍ଡି ଠାରେ ଗୁରୁ ଦିବସ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ପ୍ରଥମରେ ବିଦ୍ୟାଳୟର ପୁରାତନ ଏବଂ ଅବସର ଗ୍ରହଣ କରିଥିବା ଶିକ୍ଷକ ମାନେ ବିଦ୍ୟାଳୟରେ ପହଞ୍ଚିବା ପରେ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ଓ ପରେ ପରେ ଅବସର ପ୍ରାପ୍ତ ଶିକ୍ଷକ ମାନଙ୍କୁ ବିଦ୍ୟାଳୟ ତରଫରୁ ପୁଷ୍ପ ଗୁଚ୍ଛ ଉପଢୌକନ ପ୍ରଦାନ ପୂର୍ବକ ଆନୁଷ୍ଠାନିକ ଭାବେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ତତ୍ପରେ ବିଦ୍ୟାଳୟର ଛାତ୍ର ମାନେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଗୁରୁ ପୂଜନ କାର୍ଯ୍ୟକ୍ରମ କରୁଥିଲେ । ଉପସ୍ଥିତ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ସିନ୍ଦୂର ଚନ୍ଦନ ଲାଗି କରି ବନ୍ଦାପନା କରିଥିଲେ । କିଛି ଛାତ୍ର ସେମାନଙ୍କ ଗୁରୁଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଥିଲେ । ପରେ ପରେ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସେମାନଙ୍କର ବକ୍ତବ୍ୟ ମାଧ୍ୟମରେ ଛାତ୍ର ମାନଙ୍କ ମାର୍ଗଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମୋନାଲିସା ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା ।

Leave a Reply

Your email address will not be published. Required fields are marked *