ପାରଳାଖେମୁଣ୍ଡି ଉପ କାରାଗାର ରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ : କାରଣ ଅସ୍ପଷ୍ଟ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ପାରଳାଖେମୁଣ୍ଡି ଉପ କାରାଗାର ରେ ବିଚାରଧୀନ କଏଦୀଙ୍କ ମୃତ୍ୟୁ , କାରଣ ଅସ୍ପଷ୍ଟ ! ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ଉପ କାରାଗାରର ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି । ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ ଗ୍ରାମର ରୁନା ବଡ଼ରଇତ । ସେ ଏକ ପୋକ୍ସୋ ମାମଲାରେ ବିଚାରାଧୀନ କଏଦୀ ଭାବେ ଜେଲ୍‌ରେ ଥିଲେ ।ତେବେ ତାଙ୍କର ମୃତ୍ୟୁର ପ୍ରକୃତ କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ରୁନାଙ୍କ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *