କାଶୀନଗର ବ୍ଲକ ଅଞ୍ଚଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ଗଜପତି ଜିଲ୍ଲାପାଳ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲାପାଳ କାଶୀନଗର ବ୍ଲକର ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି । ସାରା ସ୍ଥିତ ଅସ୍ଥାୟୀ ରିଲିଫ୍ କେନ୍ଦ୍ରରେ ଆଶ୍ରୟ ନେଇଥିବା ସ୍ଥାନାନ୍ତରିତ ଲୋକମାନଙ୍କ ସହ ଆଲୋଚନା କରି ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସୁବିଧା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ । ଏହି ସମୟରେ ଅତିରିକ୍ତ ଜିଲ୍ଲାପାଳ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଓ ଉପଜିଲ୍ଲାପାଳଙ୍କ ସମେତ ବ୍ଲକ୍ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

 

Leave a Reply

Your email address will not be published. Required fields are marked *