ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସୟଂ ଶାସିତ ମହାବିଦ୍ୟାଳୟରେ ଛାତ୍ର ଛାତ୍ରୀ ନିର୍ବାଚନ ପ୍ରକ୍ରିୟା ଆରମ୍ଭ !!!

Spread the love

ଗଜପତି ( ଆୱାଜ ମିଡ଼ିଆ ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏଥିରେ ୟୁ ଜି ଓ ପି ଜି ର ଛାତ୍ରଛାତ୍ରୀ ମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସ୍କୁଟିନିଙ୍ଗ ପରେ 15 ତାରିଖରେ ନିର୍ବାଚନ ହେବ ବୋଲି ମହାବିଦ୍ୟାଳୟର ଅଧ୍ୟକ୍ଷ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି । ଏଥିରେ କଳା ସୋସାଇଟି , କମର୍ସ ସୋସାଇଟି , ସାଇନ୍ସ ସୋସାଇଟି ର ଛାତ୍ର ଛାତ୍ରୀ ମାନେ ସଭାପତି, ସାଧାରଣ ସମ୍ପାଦକ, କ୍ରୀଡା, କଳା, ଡ୍ରାମା ପ୍ରଭୃତି ବିଭାଗ ପାଇଁ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Leave a Reply

Your email address will not be published. Required fields are marked *