ଭୁବନେଶ୍ୱର ( ଆୱାଜ ମିଡ଼ିଆ ) – ଦୀପକ କୁମାର ପଣ୍ଡା : ଉତ୍କଳ ବୁଲେଟିନ ଚ୍ୟାରିଟେବଲ ଟ୍ରଷ୍ଟ ତରଫରୁ ଜାତୀୟ ଗଣମାଧ୍ୟମ ଦିବସ ପାଳିତ ! ଏହି ଅବସରରେ ଆୟୋଜିତ ଅନୁଷ୍ଠାନର ଷଷ୍ଠ ସ୍ଵନକ୍ଷତ୍ର ଉତ୍ସବ ରେ ଉଦଘାଟକ ରୂପେ ପରମହଂସ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀ ଯୋଗ ଦେଇଥିବା ସମୟରେ ବିଶିଷ୍ଟ ଅତିଥି ରୂପେ ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ , ମୁଖ୍ୟ ବକ୍ତା ଭାବରେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ମଞ୍ଚ ମଣ୍ଡନ କରିଥିଲେ ! ଡକ୍ଟର ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ସାମାଜିକ ଗଣମାଧ୍ୟମର ଅପବ୍ୟବହାର ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା ! ଉତ୍କଳ ବୁଲେଟିନ ଚ୍ୟାରିଟେବଲ ଟ୍ରଷ୍ଟ ର ସମ୍ପାଦକ ଅରବିନ୍ଦ ତ୍ରିପାଠୀ ଙ୍କ ସଂଯୋଜନାରେ ପ୍ରତିଭା ସମ୍ମାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ! ବିଭିନ୍ନ କ୍ଷେତରେ ଉଲ୍ଲେଖନୀୟ କୃତୀତ୍ୱ ପାଇଁ ୮ ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଥିବା ବେଳେ ଆୟୋଜିତ ପ୍ରତିଯୋଗିତାର କୃତୀ ବିଦ୍ୟାର୍ଥୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା !

